ଆଜି ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ସମ୍ଭାବନା

ଭୁବନେଶ୍ବର : ଉତ୍ତର ପଶ୍ଚିମ-ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଓଡ଼ିଶା ସହିତ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଆଡକୁ ଗତି କରିବ। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଭବାନୀପାଟଣାରେ ସବୁଠୁ ଅଧିକ ୧୩୯.୮ମି.ମି. ବର୍ଷା ହୋଇଥିବା ବେଳେ ମାଲକାନଗିରିରେ ୧୨୬.୬ମି.ମି., ବାଲେଶ୍ବରରେ ୬୫ମି.ମି. ଏବଂ ଛାତ୍ରପୁରରେ ୬୫.୨ମି.ମି. ବର୍ଷା ହୋଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ଏହିସବୁ ଜିଲାଗୁଡିକର କେତେକ ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *