ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା : ୨୭ରେ ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ଵର:ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ଓ ଏହାର ପ୍ରଭାବକୁ ମୁକାବିଲା କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଜୋରଦାର କରିଛନ୍ତି। ଆସନ୍ତା ୨୬ ତାରିଖରୁ ବର୍ଷା ଆରମ୍ଭ ହେବାର ସମ୍ଭାବନା ଥିବାବେଳେ ୨୭ ତାରିଖ ପାଇଁ ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଥିବା ରାଜସ୍ୱ ମନ୍ତ୍ରୀ ସୂଚନା ଦେଇଛନ୍ତି। ତେବେ ସମ୍ଭାବ୍ୟ ଅବପାତ କେଉଁଠି ସ୍ଥଳଭାଗ ଛୁଇଁବ, ସେନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ।

ମନ୍ତ୍ରୀଙ୍କ ସୂଚନା ଅନୁସାରେ, ପ୍ରାଥମିକ ଆକଳନ ଅନୁଯାୟୀ ଏହା କାକିନାଡ଼ାରୁ ଗୋପାଳପୁର ମଧ୍ୟବର୍ତ୍ତୀ ଉପକୂଳ ଅଞ୍ଚଳ ଦେଇ ଅତିକ୍ରମ କରିପାରେ। ଏହାପରେ ଓଡ଼ିଶା ଅତିକ୍ରମ କରି ଛତିଶଗଡ଼ ଦେଇ ଝାଡ଼ଖଣ୍ଡ ଆଡ଼କୁ ଗତି କରିବାର ଆକଳନ କରାଯାଉଛି। ତେବେ ଏହାର ଗତିପଥ ଓ ସ୍ଥଳଭାଗ ଛୁଇଁବା ସ୍ଥାନ ସମ୍ପର୍କରେ ଅଧିକ ସ୍ପଷ୍ଟତା ପାଇଁ ପାଣିପାଗ ବିଭାଗର ପରବର୍ତ୍ତୀ ସୂଚନାକୁ ଅପେକ୍ଷା କରାଯାଇଛି।

Leave a Reply

Your email address will not be published. Required fields are marked *