ପାରଳାଖେମୁଣ୍ଡି : ): ଗଜପତି ଜିଲ୍ଲା ରାୟଗଡ଼ ବ୍ଲକରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି – ୨୦୨୬’ ଆନନ୍ଦ ଉଲ୍ଲାସ ସହକାରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମଟି ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଟି. କିଶୋର କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ବେଳେ, ଏଥିରେ ମୁଖ୍ୟ ଅତିଥି ଭାବେ ରାୟଗଡ଼ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।
ଏହି ସମାରୋହରେ ମୁଖ୍ୟ ବକ୍ତା ଭାବେ ପି.ଏମ. ଶ୍ରୀ ରାୟଗଡ଼ ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀ ମନୋଜ କୁମାର ବେହେରା ଯୋଗ ଦେଇ ଶିଶୁମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ଓ ସୃଜନଶୀଳତା ଉପରେ ଆଲୋକପାତ କରିଥିଲେ। ସେହିପରି ସମ୍ମାନିତ ଅତିଥି ଭାବେ ୧୩ ଓ ୧୪ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟ ଶ୍ରୀ ପୀତାମ୍ବର ନାୟକ ଏବଂ ଗୌତମୀ ଜାନୀ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ।
ଏହି ମହୋତ୍ସବରେ ରାୟଗଡ଼ ବ୍ଲକର ୧୨ ଗୋଟି କ୍ଲଷ୍ଟରରୁ ଆସିଥିବା ୧୦୭ଟି ବିଦ୍ୟାଳୟର ପ୍ରାୟ ୩୦୦ ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଭାଗ ନେଇ ନିଜ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ। ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ରାୟଗଡ଼ ପି.ଏମ. ଶ୍ରୀ ହାଇସ୍କୁଲ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ, କାରଡ଼ାସିଂ ସ୍କୁଲ ଦ୍ୱିତୀୟ ସ୍ଥାନ ଏବଂ ତାଳମୁଣ୍ଡା ସ୍କୁଲ ତୃତୀୟ ସ୍ଥାନ ହାସଲ କରିଛନ୍ତି। ବିଜେତା ବିଦ୍ୟାଳୟଗୁଡ଼ିକୁ ମଞ୍ଚରେ ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥିମାନଙ୍କ ଦ୍ୱାରା ଟ୍ରଫି ଓ ମାନପତ୍ର ଦେଇ ପୁରସ୍କୃତ କରାଯାଇଥିଲା।
କାର୍ଯ୍ୟକ୍ରମରେ ସ୍ଥାନୀୟ ଶିକ୍ଷା ବିଭାଗର ଅଧିକାରୀ, ବିଭିନ୍ନ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ ପରିଚାଳନା ସମିତିର ସଦସ୍ୟମାନେ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ସଫଳତାର ସହ ପରିଚାଳନା କରିଥିଲେ।
ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ
















Leave a Reply