ଇସଲାମାବାଦ: ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶର ଖୁଜଦାର ନିକଟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଭୂକମ୍ପର ତୀବ୍ରତା ୫.୮ ରେକର୍ଡ କରାଯାଇଛି। ସୁରାବଠାରୁ ପ୍ରାୟ ୯୫ କିଲୋମିଟର ଦକ୍ଷିଣରେ ଏହାର କେନ୍ଦ୍ରସ୍ଥଳ ରହିଥିବା ସୂଚନା ମିଳିଛି।
ଭୂପୃଷ୍ଠଠାରୁ ପ୍ରାୟ ୧୦ କିଲୋମିଟର ଗଭୀରତାରେ ଭୂକମ୍ପଟି ସୃଷ୍ଟି ହୋଇଥିବା ଜଣାପଡ଼ିଛି। ତେବେ ଭୂକମ୍ପ ଯୋଗୁଁ କୌଣସି ଧନଜୀବନ କ୍ଷୟକ୍ଷତି ହୋଇଛି କି ନାହିଁ, ସେ ସମ୍ପର୍କରେ ବର୍ତ୍ତମାନ ସୁଦ୍ଧା କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।















Leave a Reply