ରାଜ୍ୟ ମନ୍ତ୍ରିମଣ୍ଡଳର ୪୮ତମ ବୈଠକ : ୧୬ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ମଙ୍ଗଳବାର ରାଜ୍ୟ ମନ୍ତ୍ରିମଣ୍ଡଳର ୪୮ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୧୧ ଟି ବିଭାଗର ୧୬ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
ବୈଠକ ପରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ, ଶାସନ ମୁଖ୍ୟ ଭାବେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୨୫ ବର୍ଷର କାର‌୍ୟ୍ୟକାଳ ପୂର୍ଣ୍ଣ ହୋଇଥିବା ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇ ଓଡ଼ିଶା ରାଜ୍ୟ କ୍ୟାବିନେଟ ରେ ସଂକଳ୍ପ ପାରିତ ହୋଇଥିବା ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ ।
ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ଅନ୍ୟ ସମସ୍ତ ପ୍ରସ୍ତାବର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
କ୍ୟାବିନେଟ ବୈଠକରେ ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗ ର ୨ଟି,ଶିଳ୍ପ ବିଭାଗର ୧ଟି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ର ୧ଟି, ଅର୍ଥ ବିଭାଗ ର ୧ଟି, ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ର ୧ଟି, ଜଳ ସମ୍ପଦ ବିଭାଗର ୩ଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୩ ଟି, ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ବିଭାଗର ୧ଟି ଏବଂ ଗୋଟିଏ ପ୍ରସ୍ତାବ ସପ୍ତଦଶ ଓଡ଼ିଶା ବିଧାନସଭାର ସପ୍ତମ ଅଧିବେଶନ ର ସତ୍ରାବସାନ ସମ୍ପର୍କିତ ଏହିପରି ମୋଟ ୧୧ଟି ବିଭାଗର ୧୬ ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।

Leave a Reply

Your email address will not be published. Required fields are marked *