ସରପଞ୍ଚ ଓ ନାଏବ ସରପଞ୍ଚଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମ ପଞ୍ଚାୟତ ସ୍ତରରେ ନିର୍ବାଚିତ ଜନପ୍ରତିନିଧି ରୂପେ କାର୍ଯ୍ୟରତ ସରପଞ୍ଚ ଓ ନାଏବ ସରପଞ୍ଚଙ୍କ ପାଇଁ ୬ ମାସର ସମ୍ମାନ ରାଶି ମଞ୍ଜୁର କରିଛନ୍ତି। ଏଥିପାଇଁ ସମୁଦାୟ ୫୬ କୋଟି ୫୫ ଲକ୍ଷ ୭୨ ହଜାର ଟଙ୍କା ପ୍ରଦାନ
ନିମନ୍ତେ ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ ଯେ, ପିଛିଲା ୨୦୨୬ ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ; ୬ ମାସର ଏହି ସମ୍ମାନ ରାଶି ପ୍ରଦାନ କରାଯିବ। ସରପଞ୍ଚମାନେ ୧୦ ହଜାର ଟଙ୍କା ଓ ନାଏବ ସରପଞ୍ଚମାନେ ୪ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପାଇବେ।

Leave a Reply

Your email address will not be published. Required fields are marked *