ଗଞ୍ଜାମ: ବନ୍ୟାରେ ଗଞ୍ଜାମ ଜିଲ୍ଲା ବେଶୀ ପ୍ରଭାବିତ ହୋଇଛି ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଗମ୍ଭୀର ରୂପ ନେଇଥିବାବେଳେ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟକୁ ଜୋରଦାର କରାଯାଇଛି। ପ୍ରଭାବିତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।
ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଗଞ୍ଜାମ ଜିଲ୍ଲାର ୨୨ଟି ବ୍ଲକ୍ର ୨୦୮ଟି ପଞ୍ଚାୟତ ବନ୍ୟାରେ ପ୍ରଭାବିତ ହୋଇଛି। ସେହିପରି ୧୮ଟି ସହରାଞ୍ଚଳର ୫୬ଟି ୱାର୍ଡ ପ୍ରଭାବିତ ହୋଇଥିବାବେଳେ ଜିଲ୍ଲାର ପ୍ରାୟ ୪୨ ହଜାର ୫୦୦ ଲୋକ ବନ୍ୟାରେ ପ୍ରଭାବିତ ହୋଇଛନ୍ତି। ଏଥିସହ ୨୨ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଥିବା ସେ କହିଛନ୍ତି।
















Leave a Reply